ଭୁବନେଶ୍ବର : ଆସନ୍ତା ଦୁଇ ଦିନ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା । ୧୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଅତି ପ୍ରବଳ ବର୍ଷା ନେଇ ଗଂଜାମ, ଖୋର୍ଦ୍ଧା, ନୟାଗଡ଼, କଟକ, କନ୍ଧମାଳ, ମୟୁରଭଞ୍ଜ, ଜଗତସିଂହପୁର, କେନ୍ଦ୍ରାପଡା, ମାଲକାନଗିରି, କୋରାପୁଟ ଜିଲ୍ଲାକୁ ମଧ୍ୟ ସତର୍କ ସୂଚନା ଦିଆଯାଇଛି।
ସେହିପରି ୨୪ ଘଣ୍ଟା ପରେ ଆଭ୍ୟନ୍ତରୀଣ ଜିଲ୍ଲା ପ୍ରଭାବିତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛ। ତେବେ ଓଡିଶା ଉପକୂଳ ଏବଂ ଏହାର ଆଖପାଖ ଅଞ୍ଚଳ ଉତ୍ତର ପଶ୍ଚିମରେ ଲଘୁଚାପ ସକ୍ରିୟ ରହିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର, ପଶ୍ଚିମ ଦିଗରେ ଗତି କରିବ । ମୌସୁମୀ ନିମ୍ନଚାପ ରେଖା ମଧ୍ୟ ଓଡ଼ିଶା ଉପରେ ରହିଥିବା ବେଳେ ଏହା ଫଳରେ ସାରା ରାଜ୍ୟରେ ଦୁଇ ଦିନ ଯାଏଁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
୧ ଜୁନରୁ ୧୭ ଅଗଷ୍ଟ ପର୍ଯ୍ୟନ୍ତ ୨୯ ପ୍ରତିଶତ ନିଆଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ପାଖାପାଖି ୨୩ ଜିଲ୍ଲାରେ କମ୍ ବର୍ଷା ହୋଇଥିବା ବେଳେ ୭ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି ବୋଲି ପାଣିପାଗ ବୈଜ୍ଞାନିକ ଉମା ଶଙ୍କର ଦାସ ସୂଚନା ଦେଇଛନ୍ତି ।