ଝାରସୁଗୁଡା, : ୨ ଶିଶୁଙ୍କ ଉପରେ ମାଡିଗଲା ଟ୍ରକ୍ । ଟ୍ରକ ଚାପାରେ ଜଣେ ଶିଶୁ ପ୍ରାଣ ହରାଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ଏପରି ଅଭାବନୀୟ ଘଟଣା ଝାରସୁଗୁଡା ସହରରେ ଘଟିଛି ସୂଚନାନୁସାରେ, ଝାରସୁଗୁଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିକଟସ୍ଥ ରାସ୍ତାରେ ଦୁଇଜଣ ଶିଶୁ ରାସ୍ତା ଅତିକ୍ରମ କରୁଥିଲେ । ଏହି ସମୟରେ ଦୁର୍ଘଟଣା ଘଟିଥିଲା।ଦ୍ରୁତ ବେଗରେ ଆସୁଥିବା ଏକ ଟ୍ରକ ଆକଟା ଗାଁର ଦୁଇ ଶିଶୁଙ୍କ ଉପରେ ମାଡି ଯାଇଥିଲା । ଏଥିରେ ଜଣେ ଶିଶୁ ଜୀବନ ହାରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି । ଦୁର୍ଘଟଣା ଘଟିବା ପରେ ସ୍ଥାନୀୟ ଲୋକେ ଟ୍ରକରେ ନିଆଁ ଲଗାଇ ଦେଇଛନ୍ତି।ଘଟଣାସ୍ଥଳରେ ଝାରସୁଗୁଡା ପୋଲିସ ଓ ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇବା ସହ ଉତ୍ତ୍ୟକ୍ତଙ୍କୁ ବୁଝାସୁଝା କରୁଛି।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା
- ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା