୨୪ ଘଣ୍ଟାରେ ଭାରତରେ ୧,୬୮,୯୧୨ ନୂଆ କୋଭିଡ୍‌ -୧୯ ଆକ୍ରାନ୍ତ ଚିହ୍ନଟ; ୧.୩୫ କୋଟି ଟପିଲା ସଂଖ୍ୟା

0

ନୂଆଦିଲ୍ଲୀ : କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧.୬ ଲକ୍ଷ ଟପିବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୩୫ କୋଟି ଅତିକ୍ରମ କରିଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୬୮,୯୧୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୯୦୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୩୫,୨୭,୭୧୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୯୦୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୭୦,୧୭୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭୫,୦୮୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୨୧,୫୬, ୫୨୯।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୨,୦୧,୦୦୯।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୦,୪୫,୨୮,୫୬୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍‌ ୧୧ ସୁଦ୍ଧା ସମୁଦାୟ ୨୫,୭୮,୦୬,୯୮୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୧,୮୦,୧୩୬ଟି ନମୁନା।

Leave A Reply

Your email address will not be published.