୨୪ ଘଣ୍ଟାରେ ୧୭୮ ୪ ଜଣ ନୂଆ ପଜିଟିଭ ଚିହ୍ନଟ, ୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ

0

ଭୁବନେଶ୍ୱର : ଯେତିକି ସମୟ ଗଡୁଛି, ସଂକ୍ରମିତ ତାଲିକା ସେତିକି ଲମ୍ବୁଛି । ଦିନକୁ ଦିନ ସବୁକିଛି ହାତରୁ ଖସିବାରେ ଲଗିଛି। ଦ୍ୱିତୀୟ ଲହରୀ ଦ୍ରୁତ ଗତିରେ ବ୍ୟାପୁଛି । ଲଗାତର ଭାବେ କରୋନା ଗ୍ରାଫ ଉପର ମୁହାଁ ହୋଇଚାଲିଛି । ୨୪ ଘଣ୍ଟା ମଧ୍ୟରେ ୩୦ଟି ଜିଲ୍ଲାରୁ ୧୭୮ ୪ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୩୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସଂପୃକ୍ତ ମୃତକ ଭଦ୍ରକ ଓ ବଲାଙ୍ଗୀର ଜିଲ୍ଲାର ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୫୩ ହଜାର ୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯୨୫୯ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୪୦ ହଜାର ୬୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୩୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୯୪ ଲକ୍ଷ ୨୮ ହଜାର ୪୬୯ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.