ଭୁବନେଶ୍ବର : ଆଜି ଉତ୍କଳ ଦିବସ । ଏହି ଅବସରରେ ରାଜ୍ୟବାସୀଙ୍କୁ ଉତ୍କଳ ଦିବସର ଆନ୍ତରିକ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଉଲ୍ଲେଖ କରିଛନ୍ତି ଯେ, ‘ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କ ପ୍ରତି ମୋର ସମ୍ମାନ ଜଣାଉଛି। ଭାଷା, ସାହିତ୍ୟ, ସଂସ୍କୃତିର ଗୌରବ ବୃଦ୍ଧି କରିଛନ୍ତି ମହାପୁରୁଷ। ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ସ୍ବତନ୍ତ୍ର ପରିଚୟକୁ ବଜାୟ ରଖିବା ସହ ଏହାକୁ ଆହୁରି ପରିବ୍ୟାପ୍ତ କରିବା ପାଇଁ ଆସନ୍ତୁ ସଂକଳ୍ପବଦ୍ଧ ହେବା।‘
ରାଜ୍ୟବାସୀଙ୍କୁ #ଓଡ଼ିଶାଦିବସ ର ଆନ୍ତରିକ ଶୁଭେଚ୍ଛା। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କ ପ୍ରତି ମୋର ସମ୍ମାନ ଜଣାଉଛି। ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ସ୍ୱତନ୍ତ୍ର ପରିଚୟକୁ ବଜାୟ ରଖିବା ସହ ଏହାକୁ ଆହୁରି ପରିବ୍ୟାପ୍ତ କରିବା ପାଇଁ ଆସନ୍ତୁ ସଂକଳ୍ପବଦ୍ଧ ହେବା pic.twitter.com/SUmog0leo7
— Naveen Patnaik (@Naveen_Odisha) April 1, 2021