ରାଜ୍ୟରେ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ୧୯୨୭ କରୋନା ପଜିଟିଭ୍

0

ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ । ସଂକ୍ରମଣ ବଢ଼ିବା କମିବା ଲାଗିଥିବାରୁ ସରକାର ମଧ୍ୟ ଆକ୍ରାନ୍ତଙ୍କ ଚିହ୍ନଟ ପ୍ରକ୍ରିୟାକୁ ଆହୁରି ଜୋରଦାର କରିଛନ୍ତି । ଟେଷ୍ଟିଂ, ଟ୍ରାକିଂ ସହ ଟିକାକରଣକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୯୨୭ କରୋନା ସଂକ୍ରମିତ।  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୫ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୧୨ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୯ ହଜାର ୯୮୬ ଜଣବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Leave A Reply

Your email address will not be published.