ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ଜୁଲାଇରେ ଅଫଲାଇନ ମାଟ୍ରିକ ପରୀକ୍ଷା

0

ଭୁବନେଶ୍ୱର: ମାଟ୍ରିକ୍ ଫଳାଫଳକୁ ନେଇ ଅନେକ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି । ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ଅଫଲାଇନ ମାଟ୍ରିକ ପରୀକ୍ଷା ବ୍ୟବସ୍ଥା ହୋଇଛି । ମାର୍କ କମ୍ ଥିଲେ ଅଫଲାଇନରେ ପରୀକ୍ଷା ଦେଇପାରିବେ । ଜୁଲାଇ ୫ରୁ ଫର୍ମ ଫିଲଅପ୍ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ୧୦ ଦିନ ଭିତରେ ଫର୍ମ ଫିଲଅପ୍ ଶେଷ କରିବାକୁ ବୋର୍ଡ ନିର୍ଦ୍ଦେଶ ଦେଇଛି ।

ଯେଉଁମାନେ ଅଫଲାଇନ୍ ପରୀକ୍ଷା ଦେବେ ସେହି ମାର୍କ ଫାଇନାଲ ହେବ । ଜୁଲାଇରେ ପରୀକ୍ଷା କରି ଶୀଘ୍ର ରେଜଲ୍ଟ ପ୍ରକାଶ କରାଯିବ । ଉତ୍ତୀର୍ଣ୍ଣ ପରୀକ୍ଷାର୍ଥୀଙ୍କ ପାଇଁ +୨ ନାମଲେଖା ସମସସ୍ୟା ହେବନି ବୋଲି ବୋର୍ଡ କହିଛି ।

Leave A Reply

Your email address will not be published.