ଆନନ୍ଦପୁର : ବିଲରେ କାମ କରୁଥିବା ସମୟରେ ବଜ୍ରପାତ । ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଆନନ୍ଦପୁର ଉପଖଣ୍ଡ ସୋସ ଥାନା ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ସୋସ ଗାଁର ନାଥ ଜେନେ ଓ ଗୁରୁତର ବିଶ୍ବନାଥ ଦାସ । ଉଭୟ ସୋସ ଗ୍ରାମର ହୋଇଥିବା ଜଣାପଡିଛି । ଗୁରୁତର ବିଶ୍ବନାଥଙ୍କୁ ନିକଟସ୍ଥ ଭଦ୍ରକ ଜିଲ୍ଲା ଅଗରପଡା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଖବରପାଇ ସୋସ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ବ୍ୟକ୍ତିଙ୍କ ଶବ ବ୍ୟବଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଛି ।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା
- ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା