ସାନଖେମୁଣ୍ଡି : ଭାରସାମ୍ୟ ହରାଇ ଓଲଟିଲା ଦୁଇଟି ଟ୍ରକ୍ । ତପ୍ତପାଣି ଘାଟିରେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣାରେ କେହି ମୃତାହତ ହୋଇନଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଟ୍ରକ୍ ଦୁଇଟି ଉଦ୍ଧାର କରିଛି । ସୂଚନାଯୋଗ୍ୟ ଯେ, ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକ ଉଷ୍ମପ୍ରସବଣ ତପ୍ତପାଣି ଘାଟିରେ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ମକା ଓ କପା ବୋଝେଇ ଦୁଇଟି ଟ୍ରକ୍ । ତେବେ ଦୁର୍ଘଟଣାରେ କେହି ମୃତାହତ ହୋଇନଥିବା ଜଣାପଡିଛି । ଗଜପତିରୁ ଗଞ୍ଜାମ ଅଭିମୁଖେ ମକା ଓ କପା ବୋଝେଇ ଟ୍ରକ୍ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପାଇଁ କିଛି ସମୟ ପର୍ଯ୍ୟନ୍ତ ସେହି ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଦୁଇ ଟ୍ରକ୍ କୁ ଉଦ୍ଧାର କରିଛି ।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା
- ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା