କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲାରୁ ରରୁଆଁ ଥାନା ଟିଲୁସାହିରେ ଅଭାବନୀୟ ଘଟଣା । ଜଣେ ବିଧବା ମହିଳାଙ୍କୁ ଅତି ବିଭତ୍ସ ଭାବେ ହତ୍ୟା କରାଯାଇଛି । ବର୍ତ୍ତମାନ ସୁଦ୍ଧା ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି ।
ଖବର ଅନୁଯାୟୀ, ଟିଲୁସାହିର ଏହି ୫୫ବର୍ଷୀୟ ବିଧବା ମହିଳାଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ ଭାବେ ହତ୍ୟା କରାଯାଇଛି । ହତ୍ୟାକାଣ୍ଡ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍ ଟିମ୍ର ସହଯୋଗ ନିଆଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ମୃତ୍ୟୁ କାରଣ ଅସ୍ପଷ୍ଟ ରହିଥିବା ଡାହାଣୀ ସନ୍ଦେହରେ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି ।