ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ

0

ସାଲେପୁର : ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ । ମୃତ ଯୁବକ ହେଲେ କଟକ ଜିଲ୍ଲା ସାଲେପୁର ଅନ୍ତର୍ଗତ ବୋଇଲ ଗ୍ରାମର ରତ୍ନାକର ରାଉତଙ୍କ ପୁତ୍ର ଅଧିର ରାଉତ। ଘର କାମ ବେଳେ ଅଧିର ରାଉତ ବିଦ୍ୟୁତ ଆଘାତ ପାଇ ଗୁରୁତର ହୋଇପଡିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ନିମନ୍ତେ ସଙ୍ଗେ ସଙ୍ଗେ ସାଲେପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଥିବା ସୂଚନା ଦେଇଛି ।

Leave A Reply

Your email address will not be published.