ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୮ ଲକ୍ଷ ୭୪ ହଜାର ୮୨୫ରେ ପହଞ୍ଚିଲା:ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୮୯ ଲକ୍ଷ ୩୮ ହଜାର ୧୨୭କୁ ବୃଦ୍ଧି

0

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୮ ଲକ୍ଷ ୭୪ ହଜାର ୮୨୫ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୮୯ ଲକ୍ଷ ୩୮ ହଜାର ୧୨୭କୁ ବୃଦ୍ଧି ପାଇଛି । ମୋଟ ୧୬ କୋଟି ୩୪ ଲକ୍ଷ ୬୫ ହଜାର ୧୦୦ ଜଣ ସୁସ୍ଥ ହୋଇଛନ୍ତି । ୧ କୋଟି ୧୫ ଲକ୍ଷ ୯୭ ହଜାର ୩୧୦ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୮୨ ହଜାର ୭୩୯ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୦ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ୧୭ ହଜାର ୮୩ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Leave A Reply

Your email address will not be published.