ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଲକ୍ଷ ୧୫ ହଜାର ୫୫୧ରେ ପହଞ୍ଚିଲା

0

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଲକ୍ଷ ୧୫ ହଜାର ୫୫୧ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ କୋଟି ୭ ଲକ୍ଷ ୫୦ ହଜାର ୬୫କୁ ବୃଦ୍ଧି ପାଇଛି । ମୋଟ ୧ ୬ କୋଟି ୫୪ ଲକ୍ଷ ୩ ହଜାର ୧୨୯ ଜଣ ସୁସ୍ଥ ହୋଇଛନ୍ତି । ୧ କୋଟି ୧୪ ଲକ୍ଷ ୩୬ ହଜାର ୮୫୪ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୮୧ ହଜାର ୯୭ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୨ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ୧୮ ହଜାର ୬୮୫ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Leave A Reply

Your email address will not be published.