ଦେଶରେ ୨୪ ଘଣ୍ଟାରେ ବାହାରିଲେ ୪୦ ହଜାରରୁ ଅଧିକ ପଜିଟିଭ୍

0

ନୂଆଦିଲ୍ଲୀ, : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୨୨ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୦୧୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୪୪୨ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୬ ଲକ୍ଷ ୯୫ହଜାର ୯୫୮ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୪ ହଜାର ୭୭୩ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୮ ଲକ୍ଷ୫୭ ହଜାର ୪୬୭ରେ ପହଁଚିଛି। ଏବେ ଦେଶରେ ୪୧୩୭୧୮ଟି ସକ୍ରିୟ ମାମଲା ରହିଛି ।

Leave A Reply

Your email address will not be published.