ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୫ ହଜାରରୁ ଅଧିକ ପଜିଟିଭ୍

0

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୮୯ ଜଣଙ୍କ ମୃତ୍ୟୁ ହୋଇଛି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୫,୦୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୮୯ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୨୪ ଲକ୍ଷ ୪୯ ହଜାର ୩୦୬ରେ ପହଞ୍ଚିଛି । ସେହିପରି ମୋଟ ଆକ୍ଟିଭ କେସ ରହିଛି ୩ ଲକ୍ଷ ୩୩ ହଜାର ୯୨୪ ।

Leave A Reply

Your email address will not be published.