ଦେଶରେ ୨୪ ଘଣ୍ଟାରେ ବାହାରିଲେ ୪୦ ହଜାରରୁ ଅଧିକ ପଜିଟିଭ

0

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଦୈନିକ ଆକ୍ରନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୮୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୦, ୧୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୫୮୫ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩, ୨୧,୧୭, ୮୨୬ ରେ ପହଞ୍ଚିଛି ।

Leave A Reply

Your email address will not be published.