ଦେଶରେ ୨୪ ଘଣ୍ଟାରେ ବାହାରିଲେ ୪୧ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୦ ମୃତ

0

ନୂଆଦିଲ୍ଲୀ,  : ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୬୦ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୧,୯୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୪୬୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨୮ ଲକ୍ଷ ୧୦ ହଜାର ୮୪୫ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୩୯ ହଜାର ୩୨୦ ରେ ପହଞ୍ଚିଛି । ଏବେ ଦେଶରେ ୩୭୮୧୮୧ ସକ୍ରିୟ ମାମଲା ରହିଛି । ସେହିପରି ୩,୧୯,୯୩,୬୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.