ଦେଶରେ ୨୪ ଘଣ୍ଟାରେ ବାହାରିଲେ ୪୨ ହଜାରରୁ ଅଧିକ କରୋନା ପଜିଟିଭ୍

0

ନୂଆଦିଲ୍ଲୀ, :ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ  ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୩୦ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୨୬୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୩୩୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨୯ ଲକ୍ଷ ୪୫ ହଜାର ୯୦୭ରେ ପହଞ୍ଚିଛି।ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୦ ହଜାର ୨୨୫ରେ ପହଞ୍ଚିଛି। ଏବେ ଦେଶରେ ୪୦୫୬୮୧ ସକ୍ରିୟ ମାମଲା ରହିଛି ।ସେହିପରି ୩୨୧୦୦୦୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.