ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର

0

ରାଇରଙ୍ଗପୁର : ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର। ଏପରି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା ବିଶୋଇ ଥାନା କାଦୁଆଣି ଗ୍ରାମ ନିକଟ ଛାତନା ସାହି ନିକଟରେ ।  ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ,  ମୟୁରଭଞ୍ଜ ଜିଲ୍ଲା ବିଶୋଇ ଥାନା କାଦୁଆଣି ଗ୍ରାମ ନିକଟ ଛାତନା ସାହିରେ ଏକ ଗଛରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା । ମୃତଦେହ ଦେଖି ଗାଁଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି। ମୃତକ ହେଲେ ବିଶ୍ବନାଥ ହେମ୍ବ୍ରମ । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ବ୍ୟକ୍ତି ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.