ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଅନ୍ତର୍ଗତ ଶାଳଣିଆଁ ଶାଖା କେନାଲର ଅଣା ଛକ ନିକଟରେ ବୁଡିଗଲେ ଜଣେ ଯୁବକ । ଫଳରେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣଙ୍କ ନିସଙ୍ଗପୁର ଗ୍ରାମର ମଙ୍ଗୁଳି ଜେନାଙ୍କ ପୁଅ ଇଶ୍ବର ଜେନା ବୋଲି ଜଣାପଡିଛି । ସୋମବାର ଦିନ ୧୧ଟା ବେଳେ ସେ କେନାଲରେ ଗାଧୋଇବା ସମୟରେ ଅସାବଧାନତାରୁ ବୁଡିଯାଇଥିଲେ । ହାଟଡିହି ଅଗ୍ନିଶମ ବାହିନୀ କର୍ମଚାରୀମାନେ ପହଞ୍ଚି ଅନେକ ଖୋଜାଖୋଜି କରିବା ପରେ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାକୁ ନେଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଏହାକୁ ନେଇ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା
- ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା