ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧,୧୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୫୧୮ ମୃୃତ ଚିହ୍ନଟ ହୋଇଛନ୍ତି। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଦେଶରେ ସର୍ବାଧିକ କରୋନା ସଂକ୍ରମିତ ୫ ରାଜ୍ୟଗୁଡ଼ିକ ମଧ୍ୟରେ ରହିଛି କେରଳ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ ଓଡ଼ିଶା। କେରଳରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୬,୧୪୮ ମାମଲା ଚିହ୍ନଟ ହୋଇଥିବା ବେଳେ ମହାରାଷ୍ଟ୍ରରୁ ୮,୧୭୨, ଆନ୍ଧ୍ରପ୍ରଦେଶରୁ ୨,୬୭୨ଓ ତାମିଲନାଡୁରୁ ୨,୨୦୫ ମାମଲା ଚିହ୍ନଟ ହୋଇଛି।
- ମହାରାଷ୍ଟ୍ରରୁ ସର୍ବାଧିକ ୧୨୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ କେରଳରୁ ୧୧୪ ଜଣଙ୍କ ମୃତ୍ୟୁ ହୋଇଛି। ଦେଶରେ ଆରୋଗ୍ୟ ହାର ୯୭.୩୧ ପ୍ରତିଶତ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୨୨ ହଜାର ୬୬୦ରେ ପହଞ୍ଚିଛି।