ଗ୍ୟାସ୍ ଟାଙ୍କି ଫାଟି ୭ ଜଣ ଗୁରୁତର

0

ଟାଙ୍ଗୀ : ରୋଷେଇ କରିବା ବେଳେ ଅଘଟଣ । ଗ୍ୟାସ୍ ଟାଙ୍କି ଫାଟି ୭ ଜଣ ଗୁରୁତର ହୋଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଗମ୍ଭାରୀମୁଣ୍ଡା ଗାଁରେ ।

ସୂଚନାଯୋଗ୍ୟ ଯେ, ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଗମ୍ଭାରୀମୁଣ୍ଡା ଗାଁରେ ରୋଷେଇ କରିବା ବେଳେ ହଠାତ ଗ୍ୟାସ୍ ଟାଙ୍କି ବିସ୍ଫୋରଣ ହୋଇଥିଲା । ଫଳରେ ୭ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ଚିକିତ୍ସା ପାଇଁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । ଅନ୍ୟମାନଙ୍କୁ ଗମ୍ଭାରୀମୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସମସ୍ତେ ଗୋଟିଏ ପରିବାରର ବୋଲି ଜଣାପଡିଛି । ତେବେ ଗ୍ୟାସ୍ ଟାଙ୍କି କିଭଳି ଫାଟିଲା ତାହା ସ୍ପଷ୍ଟ ଜଣାପଡିନାହିଁ ।  ଘଟଣାର ତଦନ୍ତ କରୁଛି ପୋଲିସ ।

Leave A Reply

Your email address will not be published.