ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଗୋଳବାଇ ପଞ୍ଚାୟତ ସୁବଳ ପାଟଣାରେ ଜଣେ ମହିଳାଙ୍କୁ ହାତୀ ଆକ୍ରମଣ କରିବାରୁ ତାଙ୍କର ମୃତ୍ୟୁ ହୋଇଛି । ମୃତକ ରଙ୍ଗ ବେହେରା । ସେ ଫୁଲ ତୋଳୁଥିବା ବେଳେ ତାଙ୍କୁ ହାତୀ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ମହିଳାଙ୍କୁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ବନ ବିଭାଗର ଅଧିକାରୀ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟକୁ ଯାଇ ମୃତକଙ୍କ ପରିବାରବର୍ଗଙ୍କୁ ଭେଟିଛନ୍ତି । ମୃତକଙ୍କ ପରିବାରବର୍ଗଙ୍କୁ ସରକାରୀ ସହାୟତା ଅର୍ଥ ପ୍ରଦାନ କରାଯିବା ନେଇ ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା
- ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା