ଜାମ୍ମୁ କାଶ୍ମୀର ସୁରକ୍ଷା ବାହିନୀକୁ ସଫଳତା

0

ଶ୍ରୀନଗର  : କାଶ୍ମୀର ବାନ୍ଦିପୋରା ଜିଲ୍ଲାର ଚାନ୍ଦଜୀ ଅଞ୍ଚଳରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର । ବାନ୍ଦିପୋରାର ଚାନ୍ଦଜୀ ଅଞ୍ଚଳରେ ଚାଲିଥିବା ଏନକାଉଣ୍ଟରରେ ଜଣେ ଅଜ୍ଞାତ ଆତଙ୍କବାଦୀ ନିହତ ହୋଇଛି । ଦୁଇରୁ ତିନି ଆତଙ୍କବାଦୀ ଲୁଚି ରହିଥିବା ସମ୍ଭାବନା ଅଛି । ଏବେ ସେଠାରେ ସର୍ଚ୍ଚ ଅପରେସନ୍ ଜାରି ରହିଛି । ପୋଲିସ୍ ଏବଂ ସେନାର ଏକ ମିଳିତ ଟିମ୍ ଏହି ଅଞ୍ଚଳକୁ ଘେରି ରହିଛନ୍ତି ।

ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ନିର୍ଦ୍ଦିଷ୍ଟ ସୂଚନା ଆଧାରରେ ସର୍ଚ୍ଚ ଅପରେସନ୍ ଆରମ୍ଭ କରିବା ପରେ ଏହି ଏନକାଉଣ୍ଟର ହୋଇଥିଲା । ସୁରକ୍ଷା ବାହିନୀ ଘଟଣାସ୍ଥଳରେ ପହଞ୍ଚିବା ମାତ୍ରେ ସେଠାରେ ଲୁଚି ରହିଥିବା ଆତଙ୍କବାଦୀମାନେ ଗୁଳି ଚଳାଇବା ଆରମ୍ଭ କରିଥିଲେ । ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇବାରୁ ଏହି ଅପରେସନ୍ ଏକ ଏନକାଉଣ୍ଟରରେ ପରିଣତ ହୋଇଥିଲା । ଫଳରେ ଯବାନଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହେବାରେ ସଫଳ ହୋଇଥିଲେ ।

Leave A Reply

Your email address will not be published.