ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

0

ବଡ଼ବିଲ : ଆମ୍ବଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କେନ୍ଦୁଝର ଜିଲ୍ଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହି ପଞ୍ଚାୟତ, ଭୁଷୁଗାଁ ଅଞ୍ଚଳରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ତେବେ ଯୁବକଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି।

 

ଭୁଷୁଗାଁ ଅଞ୍ଚଳର ଝୁଲୁ ବାରିକ ଘର ଠାରୁ ପ୍ରାୟ ଶହେ ମିଟର ଦୂରରେ ଥିବା ଏକ ଆମ୍ବ ଗଛରେ କେବୁଲ ତାର ବେକରେ ଲଗାଇ ଆତ୍ମହତ୍ୟା କରିଛନ୍ତି। ତେବେ ଯୁବକଙ୍କ ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇନାହିଁ। କୌଣସି କାରଣ ନେଇ ସେ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି।

Leave A Reply

Your email address will not be published.