କେନାଲରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ

0

ଭୁବନେଶ୍ବର : କେନାଲରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ । ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା ଧବଳାହାର ଗାଁ ନିକଟ କେନାଲରେ ଭାସୁଛି ମୃତଦେହ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା ଧବଳାହାର ଗାଁ ନିକଟ କେନାଲରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା । ମୃତଦେହ ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତଦେହରେ ରକ୍ତ ଛିଟା ଲାଗିଥିବା ଦେଖିବାକୁ ମିଳିଛି । ଫଳରେ ସେହି ବ୍ୟକ୍ତି ଜଣଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ବାଲିଅନ୍ତା ପୋଲିସ ପହଞ୍ଚି ଛାନଭିନ୍‌ ଆରମ୍ଭ କରିଛି । ପୋଲିସର ତଦନ୍ତ ପରେ ମୃତ୍ୟୁର କାରଣ ସ୍ପଷ୍ଟ ଜଣାପଡିବ ।

Leave A Reply

Your email address will not be published.