ଖୋଲିବ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ

0

ଭୁବନେଶ୍ବର : ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ । ଅଗଷ୍ଟ ୯ ତାରିଖରୁ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ନିଷ୍ପତ୍ତି ହୋଇଛି । ଏ ନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ତେବେ କୋଭିଡ୍ ଗାଇଡ ଲାଇନ୍‌ ଅନୁଯାୟୀ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବାକୁ କୁହାଯାଇଛି । କେବଳ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଶିକ୍ଷାନୁଷ୍ଠାନ ଖୋଲାଯିବ ବୋଲି ନିର୍ଦ୍ଦେଶ ଦିଆଯାଇଛି । ବୈଷୟିକ ଶିକ୍ଷାନୁଷ୍ଠାନ ସହ ହଷ୍ଟେଲ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି ।

ଅଗଷ୍ଟ ଗାଇଡ୍ ଲାଇନ୍ ରେ ଅନେକ କଟକଣା କୋହଳ କରାଯାଇଥିବା ବେଳେ ଶିକ୍ଷାନୁଷ୍ଠାନ ଖୋଲାଯିବାକୁ ନିଷ୍ପତ୍ତି ହୋଇଥିଲା । ସେହି ଅନୁସାରେ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି । ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବା ପୂର୍ବରୁ ଶ୍ରେଣଗୃହ, ଲାବୋରେଟୋରୀ, ହଷ୍ଟେଲ ଆଦିକୁ କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ସାନିଟାଇଜ୍ କରାଯିବ । ଶ୍ରେଣୀଗୃହରେ ସାମାଜିକ ଦୂରତା ଅବଲମ୍ବନ କରିବା ସହ ମାସ୍କ ପରିଧାନକୁ ଗୁରୁତ୍ବ ଦିଆଯିବ ।

Leave A Reply

Your email address will not be published.