ଖୁବଶୀଘ୍ର ରଙ୍ଗେଇଲୁଣ୍ଡା ଓ ଜୟପୁରରୁ ଉଡ଼ିବ ବିମାନ

0

ଭୁବନେଶ୍ବର : ଖୁବଶୀଘ୍ର ରଙ୍ଗେଇଲୁଣ୍ଡା ଓ ଜୟପୁରରୁ ଉଡ଼ିବ ବିମାନ । ଏନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଉଡ଼ାନ ଯୋଜନାରେ ଦୁଇଟି ସ୍ଥାନରୁ ବିମାନ ଉଡିବା ନେଇ ଯୋଜନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ମିଳିସାରିଛି ବୋଲି ମନ୍ତ୍ରୀ କହିଛନ୍ତି । ଏଥିଲାଗି ଦୁଇଟି ଏୟାର ଷ୍ଟ୍ରିପ୍ ସମ୍ପୂର୍ଣ୍ଣ ପ୍ରସ୍ତୁତି ହୋଇ ସାରିଲାଣି ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି ।

ସେପଟେ ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣରେ ରହିବନି ସମସ୍ୟା । ସେପ୍ଟେମ୍ବର ମାସରେ ଜମି ଅଧିଗ୍ରହଣର ଷ୍ଟାଟସ୍ ରିପୋର୍ଟ କେନ୍ଦ୍ର ସରକାରଙ୍କୁ ଦେବେ ରାଜ୍ୟ ସରକାର । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ସମୀକ୍ଷା ବୈଠକ । ରାଜ୍ୟରେ ଚାଲୁ ରହିଥିବା ବିଭିନ୍ନ ରେଳ ପ୍ରକଳ୍ପର ସମସ୍ୟା ନେଇ ହୋଇଥିଲା ଆଲୋଚନା । ଯେଉଁଠି ଯେଉଁଠି ଜମି ଅଧିଗ୍ରହଣ ସମସ୍ୟା ରହିଛି ତାକୁ ସମାଧାନ କରି ତ୍ବରାନ୍ବିତ କରାଯିବ । ଯେଉଁଠି ଆର୍ଥିକ ସମସ୍ୟା ଦେଖାଯାଉଛି ତାକୁ ମଧ୍ୟ ତ୍ବରାନ୍ବିତ କରାଯିବ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହଭାଗିତାରେ ଅଧା ଥିବା ସମସ୍ତ ପ୍ରକଳ୍ପ କାର୍ଯ୍ୟକୁ ତ୍ବରାନ୍ବିତ କରାଯିବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି ।

Leave A Reply

Your email address will not be published.