ଚଣ୍ଡିଖୋଲ : କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର। ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅଧୀନ ଖୋସାଲିପୁର ଠାରେ ହାଇଲେବୁଲ କେନାଲରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନାନୁଯାୟୀ, ବଡ଼ଚଣା ଥାନା ଅଧୀନ ଖୋସାଲିପୁର ଠାରେ ହାଇଲେବୁଲ କେନାଲରେ ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକମାନେ ଦେଖିବାକୁ ପାଇଥିଲେ। ଏନେଇ ଖବର ପାଇବା ପରେ ଧାନମଣ୍ଡଳ ଫାଣ୍ଡି ପୋଲିସ ଉପସ୍ଥିତିରେ ଅଗ୍ନିଶମ ବାହିନୀ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଯୁବକ ଜଣଙ୍କ ସ୍ଥାନୀୟ ଅଞ୍ଚଳର ନାନୋ ହେମ୍ଵ୍ରେମ୍ ବୋଲି ଜଣା ପଡିଛି। ତେବେ କେନାଲରେ ପଡି କେଉଁଭଳି ଭାବେ ପଡ଼ି ଯୁବକଙ୍କ ମୃତ୍ୟୁ ହୋଇଛି ସେନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।