ମର୍ମନ୍ତୁଦ ସଡକ ଦୁର୍ଘଟଣା, ଟ୍ରକକୁ ପଛପଟୁ ପିଟିଲା କାର୍

0

ସମ୍ବଲପୁର : ଝାରସୁଗୁଡା ରାସ୍ତାର ରେଙ୍ଗାଲି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭୋର ସକାଳ ୪ଟା ସମୟରେ ଏକ କାର୍ ଦ୍ରୁତ ଗତିରେ ଆସି ଏକ ଟ୍ରକକୁ ପଛ ପଟୁ ଧକ୍କା ଦେଇଛି। ଫଳରେ କାରରେ ଥିବା ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ମହିଳା ଓ ଜଣେ ୮ ବର୍ଷର ଶିଶୁ କନ୍ୟା ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଖବର ଲେଖାଯିବା ସୁଦ୍ଧା ମହିଳାମାନଙ୍କ ପରିଚୟ ମିଳିପାରି ନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.