ନିଶ୍ଚିନ୍ତକୋଇଲି : ମର୍ମନ୍ତୁଦ ଦୁର୍ଘଟଣା । ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । କଟକ ଜିଲ୍ଲା ମାହାଙ୍ଗା ଥାନା ସାଲେପୁର-ଛତିଆ ରାସ୍ତା କୁଆଁପାଳ ତେଲଟାଙ୍କି ନିକଟରେ ଘଟିଛି ଦୁର୍ଘଟଣା । ଖବର ଅନୁଯାୟୀ, କୁଆଁପାଳ ତେଲଟାଙ୍କି ନିକଟରେ ବାଇକ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଯାହାଫଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ମୃତକ ଜଣକ ହେଲେ ମାହାଙ୍ଗା ମଧୁପୁର ଗାଁର ମୁକ୍ତାର ମହମ୍ମଦ ହୋଇଥିବା ବେଳେ ଗୁରୁତର ଦୁଇଜଣ ହେଲେ ମାହାଙ୍ଗା ଥାନା କାଳିଅନ୍ତି ଗାଁର ଗଗନ ସାମଲ ଓ ପ୍ରଭାତ ଭୂୟାଁ ବୋଲି ଜଣାପଡିଛି । ଗୁରୁତର ଆହତଙ୍କୁ ଅଗ୍ନିଶମ ବାହିନୀ ସହାୟତାରେ ମାହାଙ୍ଗା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲକୁ ପଠାଯାଇଛି। ଏପଟେ ମୃତ ବ୍ୟକ୍ତିର ଶବକୁ ମାହାଙ୍ଗା ପୋଲିସ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ କଟକ ପଠାଇବା ସହ ତଦନ୍ତ ଜାରି ରହିଛି।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା
- ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା