ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ

0

କରଞ୍ଜିଆ,  : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ । ଏପରି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ରରୁଆଁ ଥାନା ଅନ୍ତର୍ଗତ ଜାମଦାପାଳ ଗାଁ ନିକଟରେ ।

ସୂଚନା ଅନୁସାରେ, ଜାମଦାପାଳ ଗ୍ରାମ ନିକଟରେ ଥିବା ଭଣ୍ଡନ ନଦୀରେ ସୋମବାର ଏକ ମୃତଦେହ ଭାସୁଥିଲା । ଏହା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଆସି ମୃତଦେହକୁ ନଦୀ ଭିତରୁ ଉଦ୍ଧାର କରିଥିଲା । ତେବେ ମୃତକଙ୍କ ପରିଚୟ ମିଳିପାରି ନାହିଁ  । ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.