ବଡବିଲ : କେନ୍ଦୁଝର ଜିଲ୍ଲା ଯୋଡ଼ାରେ ସୁନା ନଦୀରେ ବୁଡ଼ିଯାଇ ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ଜଣଙ୍କ ହେଉଛନ୍ତି ଯୋଡ଼ା ଉଲି ହଟିଙ୍ଗ ଅଞ୍ଚଳର ସ୍ବର୍ଗତଃ ଅମର ମୁଣ୍ଡାଙ୍କ ପୁଅ ପୁତୁଲ ମୁଣ୍ଡା ଓରଫ ଟୁରା । ଶୁକ୍ରବାର ଦିନ ପୁତୁଲ ନଦୀରେ ମାଛ ଧରୁଥିବା ବେଳେ ବୁଡ଼ି ଯାଇଥିବା ସନ୍ଦେହ କରାଯାଉଛି । ଏନେଇ ଅଗ୍ନିଶମ ବିଭାଗକୁ ଖବର ଦିଆଯିବା ପରେ ଅଗ୍ନିଶମ କର୍ମଚାରୀ ସେଠାରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ତେବେ ଏଯାଏଁ ଯୁବକଙ୍କ କୌଣସି ପତ୍ତା ମିଳିପାରିନାହିଁ । ପ୍ରଖର ନଦୀ ସ୍ରୋତରେ ଯୁବକ ଜଣଙ୍କ ଭାସିଯାଇଥିବା ଅନୁମାନ କରାଯାଉଛି ।
ତାଜା ଖବର
- ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଗରମ କରିବ ଛଟପଟ
- ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ
- ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ
- ଫାଶୀ ଲଗାଇ ଆତ୍ମହତ୍ୟା କଲା ମହିଳା
- ଭଦ୍ରକ ଜିଲ୍ଲାକୁ ତୁରନ୍ତ ମରୁଡି ଘୋଷଣା କରିବାକୁୁ ଦାବି କଲା ବିଜେପି
- ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୩ କରୋନା ଆକ୍ରାନ୍ତ
- ବର ୯୦ କୁ କନ୍ୟା ୭୫
- ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା
- ୬୦ ଟଙ୍କା ପାଇଁ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା
- ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା