ଓଡିଶାରେ ୨୪ ଘଣ୍ଟାରେ ୧୨୮୨ ପଜିଟିଭ୍ ଚିହ୍ନଟ

0

ଭୁବନେଶ୍ବର : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୬୮୦୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୨୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୬୮୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୮୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୩୦୪୭୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.