ପରୀ ବାପା-ମା’ଙ୍କୁ ନୂଆ ପିଟିସନ ଦାଖଲ କରିବାକୁ ନିର୍ଦ୍ଦେଶ

0

ନୂଆଦିଲ୍ଲୀ : ନୟାଗଡ ପରୀ ଅପହରଣ ଓ ହତ୍ୟା ମାମଲାରେ ଓଡ଼ିଶା ହାଇକୋର୍ଟରେ ନୂଆ ପିଟିସନ ଦାଖଲ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପରୀ ବାପା-ମା’ଙ୍କୁ ନୂଆ ପିଟିସନ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ମାମଲାର ସମସ୍ତ ଦିଗକୁ ପରଖି ଶୁଣାଣି କରିବାକୁ ଓଡ଼ିଶା ହାଇକୋର୍ଟଙ୍କୁ ସୁପ୍ରିମକୋର୍ଟ କହିଛନ୍ତି । ମାମଲାରେ ସିବିଆଇ ତଦନ୍ତ ଦାବି କରି ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ପରୀଙ୍କ ବାପା ।

 

ଡିସେମ୍ବର ୧୭ତାରିଖରେ ହାଇକୋର୍ଟ ପରୀ ମୃତ୍ୟୁର ଶୁଣାଣି କରିଥିଲେ । ଏହି ମାମଲାର ତଦନ୍ତକୁ ନେଇ ଉଦବେଗ ପ୍ରକାଶ କରିଥିଲେ ହାଇକୋର୍ଟ । ଅଭିଯୁକ୍ତକୁ ଧରିବାକୁ ତଦନ୍ତ ବିଶେଷ ଆଗେଇନି । ପରୀ ହତ୍ୟା ମାମଲାରେ ଏସଆଇଟି ଷ୍ଟାଟସ୍ ରିପୋର୍ଟ ଦାଖଲ ପରେ ଏଭଳି କହିଥିଲେ ହାଇକୋର୍ଟ । ଏହାସହ ୨୪ ସୁଦ୍ଧା ପରବର୍ତ୍ତୀ ତଦନ୍ତ ଅଗ୍ରଗତି ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତ ଅଗ୍ରଗତି ରିପୋର୍ଟ ଦାଖଲ ପାଇଁ ଏସଆଇଟି ମୁଖ୍ୟଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ।

 

ସୂଚନାଯୋଗ୍ୟ ଗତ ଜୁଲାଇ ୧୪ ତାରିଖ ଦିନ ଘର ଆଗରେ ଖେଳୁଥିବା ସମୟରେ ନିଖୋଜ ହୋଇଯାଇଥିଲା ପରୀ । ପରିବାର ଲୋକେ ବହୁ ଖୋଜାଖୋଜି କରି ଝିଅକୁ ନପାଇ ସଦର ଥାନାରେ ଅଭିଯୋଗ କରିଥିଲେ । ପେଲିସ ଟିମ୍ ଗଠନ କରି ତଦନ୍ତ କରିବା ସହ ଡଗ୍ ସ୍କ୍ବାର୍ଡ ଆଣି ଖୋଳତାଡ କରିଥିଲା । ୨୩ ତାରିଖ ଅପରାହ୍ନରେ ବାଡି ପଟ ଗାଡିଆ କୂଳରେ ବସ୍ତାରେ ବନ୍ଧା ଅବସ୍ଥାରେ ଝିଅର ଖଣ୍ଡ ବିଖଣ୍ଡିତ ଗଳିତ ମୃତଦେହ ମିଳିଥିଲା ।

Leave A Reply

Your email address will not be published.