ଫ୍ରି ଫାୟାର ଗେମ୍ ଖେଳି ଛାତ୍ର ଗୁରୁତର

0

ତେଲକୋଇ : ମୋବାଇଲରେ ଫ୍ରି ଫାୟାର ଗେମ୍ ଖେଳି ଦଶମ ଶ୍ରେଣୀ ଛାତ୍ର ଗୁରୁତର । ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଆଖୁପାଳ ଗାଁରେ । କୁଅଁର ଖଣ୍ଡାଙ୍କ ପୁଅ ୧୫ ବର୍ଷୀୟ ଅଗସ୍ତି ଖଣ୍ଡା ମୋନାହାରପୁର ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ର ପାଠ ପଢୁଥିଲେ ।

ବାପା କୁଅଁର ଖଣ୍ଡା ପୁଅ ଅନଲାଇନ୍ ରେ ପାଠ ପଢିବ ବୋଲି ସ୍ମାର୍ଟ ଫୋନ୍ କିଣି ଦେଇଥିଲେ । କିନ୍ତୁ ପୁଅ ପାଠ ନପଢି ଫ୍ରି ଫାୟାର ଗେମ୍ ଖେଳି ମାନସିକ ସ୍ଥିତି ହରାଇ ବସିଥିଲେ । ତାଙ୍କ ଅବସ୍ଥା ଗୁରୁତର ହେବାରୁ  ପ୍ରଥମେ ହରିଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ । ତେବେ ସ୍ଥିତି ସଙ୍କଟାପନ୍ନ ହେବାରୁ ତାଙ୍କୁ ସଙ୍ଗେ ସଙ୍ଗେ ତୋରାଣି ପୋଖରୀ ୧୦୮ ଆମ୍ବୁଲାନ୍ସ ଯୋଗେ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି।

Leave A Reply

Your email address will not be published.