ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷାଫଳ

0

ଭୁବନେଶ୍ବର : ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷାଫଳ । ଆସନ୍ତାକାଲି ଅର୍ଥାତ୍ ୧୪ ତାରିଖରେ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ପ୍ରକାଶ ପାଇବ । ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି । orissaresults.nic.in ଓ୍ବେବସାଇଟ୍‌ରେ ଉପଲବ୍ଧ ହେବ ରେଜଲ୍ଟ ।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ । କୋଭିଡ୍‌ କଟକଣା ଯୋଗୁଁ ଚଳିତବର୍ଷ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହୋଇଥିଲା । ଉଲ୍ଲେଖଯୋଗ୍ୟ ଯେ, ଚଳିତବର୍ଷ କଳାରେ ୨ ଲକ୍ଷ ୨୦ ହଜାର ୪୩୭ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିଲେ । ସେହିପରି ଧନ୍ଦାମୂଳକ ଶିକ୍ଷାରେ ୭ ହଜାର ୩୨ ଜଣ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଛନ୍ତି ।

Leave A Reply

Your email address will not be published.