ଭୁବନେଶ୍ବର: ସଂକ୍ରମଣର ନିଆଁ ହୁତ୍ ହୁତ୍ ହୋଇ ଜଳୁଛି । କରୋନା ବେକାବୁ, ବେଲଗାମ ହୋଇଛି । ୨୪ ଘଣ୍ଟା ମଧ୍ୟରେ ୧୦ ହଜାର ୫୨୧ କୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହାମାରୀ ମାଡ଼ି ଚାଲିଥିବା ବେଳେ ୧୯ ଜଣ ଆକ୍ରାନ୍ତ ଜୀବନ ବି ହାରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୪୦ କୁ ବୃଦ୍ଧି ପାଇଛି।
ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଓ ଖୋର୍ଦ୍ଧାର ଜିଲ୍ଲାରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଓ ପୁରୀରୁ ୨-୨ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି, ଅନୁୁଗୁଳ, ବଲାଙ୍ଗୀର, କଟକ, ଦେବଗଡ଼, ଗଜପତି, ଝାରସୁଗୁଡ଼ା, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁ ଘଟିଛି।
8.A 60 years old male of Gajapati district.
9.A 29 years old female of Jharsuguda district.
10.A 55 years old female of Kalahandi district.
11.A 52 years old female of Khurdha district.
— H & FW Dept Odisha (@HFWOdisha) May 7, 2021
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫,୧୨,୪୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ୮୬,୯୫୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୪,୨୩,୨୫୭ ଜଣ କରୋନା ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୧୪୦ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧,୦୪,୧୮,୨୧୭ ସାମ୍ପୁଲ ଟେଷ୍ଟ ହୋଇଛି।