ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୯୪୮ କରୋନା ପଜିଟିଭ୍

0

ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ । ସଂକ୍ରମଣ ବଢ଼ିବା କମିବା ଲାଗିଥିବାରୁ ସରକାର ମଧ୍ୟ ଆକ୍ରାନ୍ତଙ୍କ ଚିହ୍ନଟ ପ୍ରକ୍ରିୟାକୁ ଆହୁରି ଜୋରଦାର କରିଛନ୍ତି । ଟେଷ୍ଟିଂ, ଟ୍ରାକିଂ ସହ ଟିକାକରଣକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୯୪୮ କରୋନା ସଂକ୍ରମିତ।  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୨୦ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୨୮ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୧ ହଜାର ୯୩୪ ଜଣ ଜଣବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୬୧ ହଜାର ୯୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୯ ହଜାର ୬୨୩ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୩୬ ହଜାର ୯୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୨୪୧ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୩୫୭୭୭୧ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.