ରାଜ୍ୟରେ୨୪ ଘଣ୍ଟା ମଧ୍ୟରେ ଆଉ ୪୬ ଜୀବନ ନେଲା କରୋନା

0

ଭୁବନେଶ୍ୱର ରାଜ୍ୟରେ ପଜିଟିଭ୍ ହାର ହ୍ରାସ ପାଇଥିବା ବେଳେ ମୃତ୍ୟୁ ହାରରେ ଲାଗୁନି ବ୍ରେକ୍। ପ୍ରତ୍ୟେକ ଦିନ ନୂଆ ରେକର୍ଡ ସୃଷ୍ଟି କରୁଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୩୪୫୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ପୁଣି ୪୬ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୧୭କୁ ବୃଦ୍ଧି ପାଇଛି।

ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା ବେଳେ ବରଗଡ଼, କଟକ ଓ ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି ।ସେହିପରି ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଛନ୍ତି। ଜଗତସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ କନ୍ଧମାଳ, କେନ୍ଦ୍ରାପଡ଼ା , କୋରାପୁଟ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୮୬ ହଜାର ୯୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୪ ହଜାର ୨୧୬ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୪୮ ହଜାର ୯୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୩୭୧୭ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୩୨୮୩୬୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.