ରାଜ୍ୟରେ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୭୫୪ଜଣ ପଜିଟିଭ୍

0

ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭୫୪ନୂଆ କେସ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୦୮ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୮ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୧୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୯ହଜାର ୨୨୩ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୬୧ ଜଣ, କଟକରୁ ୧୧୦ ଜଣ, ବାଲେଶ୍ବରରୁ ୪୩ ଜଣ, ଯାଜପୁରରୁ ଓ ପୁରୀ ଜିଲ୍ଲାରୁ ୨୮ ଜଣ ଲେଖାଏଁ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬ ଜଣ, ଜଗତସିଂହପୁରରୁ ୨୫ ଜଣ,ମୟୂରଭଞ୍ଜରୁ ୨୩ ଜଣ, କେନ୍ଦ୍ରପଡ଼ାରୁ ୧୯ ଜଣ, ଅନୁଗୁଳ ଓ କେନ୍ଦୁଝର ଜିଲ୍ଳାରୁ ୧୬ ଜଣ ଲେଖାଏଁ, ନୟାଗଡ଼ ଓ ସମ୍ବଲପୁରର ଜିଲ୍ଲାରୁ ୧୩ ଜଣ ଲେଖାଏଁ,ଦେବଗଡ଼, ଢ଼େଙ୍କାନାଳ, ମାଳକାନଗିରି ଓ ରାୟଗଡ଼ା ଜିଲ୍ଲାରୁ ୯ ଜଣ ଲେଖାଏଁ, ଭଦ୍ରକ ଓ ନୂଆପଡ଼ା ଜିଲ୍ଲାରୁ ୭ ଜଣ ଲେଖାଏଁ, କୋରାପୁଟରୁ ୬ ଜଣ, ବଲାଙ୍ଗୀର ଓ ଗଞ୍ଜାମ ଜିଲ୍ଳାରୁ ୪ ଜଣ ଲେଖାଏଁ, ବୌଦ୍ଧରୁ ୩ ଜଣ, ନବରଙ୍ଗପୁର ଓ,କଳାହାଣ୍ଡି ଜିଲ୍ଳାରୁ ୨ ଜଣ ଲେଖାଏଁ, ବରଗଡ଼, ଝାରସୁଗୁଡ଼ା ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ, ଏବଂ ଷ୍ଟେଟ୍ ପୋଲ୍‌ରୁ ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୯ହଜାର ୨୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭ ହଜାର ୨୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୯୩ ହଜାର ୯୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୨୦୦୯୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.