ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍। ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮୪୯ ଆ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୨୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୫ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୫୪ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୦ ହଜାର ୭୨ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୧୦ ହଜାର ୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭ ହଜାର ୩୪୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୯୪ ହଜାର ୬୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୨୭୨୨୨୩ ସାମ୍ପୁଲ ଟେଷ୍ଟ୍ ହୋଇଛି।