ରାଜ୍ୟରେ ୨୪ ଘଣ୍ଟାରେ ୨୯୧୨ କୋଭିଡ୍ ପଜିଟିଭ୍ ଚିହ୍ନଟ

0

ଭୁବନେଶ୍ୱର  : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୯୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୯୩୫୦୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୭୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୨୩୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୯୩୫୦୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୧୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୫୬୪୯୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୪୧୭୩୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.