ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୦୪୧ କରୋନା ପଜିଟିଭ୍

0

ଭୁବନେଶ୍ୱର : ଜୁଲାଇ ପରେ ଅଗଷ୍ଟ ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୮୯୯୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୦୫ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୩୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ  ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୮୯୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୯୮୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୧୩୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୬୮୩୭୬୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.