ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୦୭୮ କରୋନା ପଜିଟିଭ୍

0

ଭୁବନେଶ୍ୱର  : ଜୁଲାଇ ପରେ ଅଗଷ୍ଟ ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୦୦୭୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୨୬ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୫୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ  ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୦୦୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୬୮୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୨୭୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୭୫୨୪୮୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.