ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୨୦୮ କରୋନା ପଜିଟିଭ୍

0

ଭୁବନେଶ୍ୱର  : ଜୁଲାଇ ପରେ ଅଗଷ୍ଟ ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୪୭୩୧ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୭୦୨ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୫୦୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୫ଜଣ, ବାଲେଶ୍ୱର ଜିଲ୍ଲାରୁ ୬୩ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୭୩ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୬୦ଜଣ, ଯାଜପୁର ଜିଲ୍ଲାରୁ ୫୭ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୯୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନାଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୫୮ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ ପୁଲ୍‌ରୁ ୮୪ଜଣ  ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୪୭୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୦୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୫୩୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୪୨୪୬୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.