ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୮୦୫ କୋଭିଡ୍ ପଜିଟିଭ୍

0

ଭୁବନେଶ୍ୱର : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୧୫୫୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୬୭ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୩୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୧ ଜଣ ପଜିଟିଭ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୯୮ଜଣ, ଦେବଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୭ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୩ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ୮୩ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୧୫୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୬୩୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୪୧୧୮୬୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.