ରାଜ୍ୟରେ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩ ହଜାର ୫୭୭ କୋଭିଡ୍ ପଜିଟିଭ୍

0

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ହଜାର ୫୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୩୯ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୫୩୮ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୭ ହଜାର ୫୦୨ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୭୭୫୦୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୮୭୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୩୫୧୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୦୯୫୧୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.