ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୧୦ ପଜିଟିଭ

0

ଭୁବନେଶ୍ବର: ରାଜ୍ୟରେ କରୋନା ମହାମାରୀର ଚିନ୍ତା ବଢ଼ାଇଛି। ଭୟ ଓ ଆଶଙ୍କାକୁ ପୁଣି ବଢ଼ିଛି।  ଯାହାର ଫଳ ସ୍ୱରୂପ ଏବେ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଛି । ୨୪ ଘଣ୍ଟା ରାଜ୍ୟରେ ୨୨ ଟି ଜିଲ୍ଲାରୁ ୧୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୪୬ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୫୯୯ ଜଣକୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ରାଜ୍ୟରେ ପୁଣି ବଢ଼ିଲା ଦୈନିକ ସଂକ୍ରମଣ। ୨୪ ଘଣ୍ଟା ମଧ୍ୟରେ ୧୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ସଂକ୍ରମିତଙ୍କ ମଧ୍ୟରୁ କଟକରୁ ୨୦ ଜଣ, ଖୋର୍ଦ୍ଧାରୁ ୧୫ ଜଣ, ମୟୂରଭଞ୍ଜ ଓ ନୂଆପଡ଼ା ଜିଲ୍ଲାରୁ ୯ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୭ ଜଣ, ଅନୁଗୁଳ ଓ ଗଞ୍ଜାମ ଜିଲ୍ଲାରୁୁ ୬ ଜଣ ଲେଖାଏଁ, ଯାଜପୁରରୁ ୫ ଜଣ,ବରଗଡ଼, ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାରୁ ୪ ଜଣ ଲେଖାଏଁ, ପୁରୀରୁ ୩ ଜଣ, ବାଲେଶ୍ବର, ଦେବଗଡ଼,ଜଗତସିଂହପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ଢ଼େଙ୍କାନାଳ, କନ୍ଧମାଳ,କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ, ଏବଂ ଷ୍ଟେଟ୍ ପୋଲ୍ରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୮ ହଜାର ୫୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୦୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୫ ହଜାର ୯୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୧୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୮୭ ଲକ୍ଷ ୩୬ ହଜାର ୬୮୯ ସାମ୍ପୁଲ ଟେଷ୍ଟ୍ ହୋଇଛି

Leave A Reply

Your email address will not be published.