ରାଜ୍ୟରେ ୨୪ଘଣ୍ଟାରେ କରୋନା ନେଲା ୪୦ ଜଣଙ୍କ ଜୀବନ

0

ଭୁବନେଶ୍ବର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୫୭୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ କଟକ ଓ ବରଗଡ ଜିଲ୍ଲାରୁ ୫ ଜଣ, କୋରାପୁଟ, ମୟୂରଭଞ୍ଜ, ରାୟଗଡାରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଝାରସୁଗୁଡା, ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, ପୁରୀ, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୭୭୫୦୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୮୭୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୩୫୧୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୦୯୫୧୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.